ରାଜ୍ୟରେ ୧୫୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

Odisha

ରାଜ୍ୟରେ ୧୫୪୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚି ଯାଇଛି।ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୫୪ଟି ହେଉଛି ଲୋକାଲ୍ କେସ୍‌।ସେହିପରି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୮ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୧୧୧ ଓ ଅନୁଗୋଳରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି। କଟକରେ ୯୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚିଥିବା ବେଳେ ୨,୬୮,୧୧୫ ଜଣ ସୁସ୍ଥ ହୋଇସାରିଛନ୍ତି। ୧୬,୦୩୦ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୮୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।